ଭରତପୁର ଘଟଣାର ହେବ ବିଚାର ବିଭାଗୀୟ ତଦନ୍ତ : ମୁଖ୍ୟମନ୍ତ୍ରୀ
ଭରତପୁର ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୌଠକ । ଲୋକସେବା ଭବନରେ ଦୁଇ ମୁଖ୍ୟମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ଆଇନ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ବୈଠକ କରିଛନ୍ତି । ଏହି ବୈଠକରେ ବିସ୍ତୃତ ଭାବରେ ଆଲୋଚନା ହେବା ସହିତ ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ହେବ ତଦନ୍ତ ଏବଂ ୬୦ ଦିନରେ ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହିତ ହାଇକୋର୍ଟଙ୍କ ତତ୍ୱାଧାନରେ କ୍ରାଇମବ୍ରାଞ୍ଚ ତଦନ୍ତ ତ୍ୱରାନ୍ୱିତ କରିବା ପାଇଁ ମଧ୍ୟ କୋର୍ଟଙ୍କୁ ଅନୁରୋଧ କରାଯାଇଛି ।
ଭରତପୁର ଥାନାରେ ମେଜରଙ୍କ ବାନ୍ଧବୀଙ୍କୁ ମାଡ ମାରିବା ପ୍ରସଙ୍ଗ ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଯାହାକପ ନେଇ ରାଜ୍ୟରେ ରାଜନୀତି ମଧ୍ୟ ଜୋର ଧରିଛି । ବିଚାର ବିଭାଗୀୟ ତଦନ୍ତ ପାଇଁ ପୂର୍ବରୁ ବିଜେଡି ମଧ୍ୟ ଦାବି କରି ଆସିଥିବା ବେଳେ ଏବେ ସରକାରରଙ୍କ ତରଫରୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
91 total views